ଓଡିଶା

ଆଜି ହାଇକୋର୍ଟର ବିଚାରପତି ଭାବେ ଶପଥ ନେବେ ସଞ୍ଜୀବ କୁମାର ପାଣିଗ୍ରାହୀ 

( କଟକ ): ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସଞ୍ଜୀବ କୁମାର ପାଣିଗ୍ରାହୀ ଆଜି ଶପଥ ଗ୍ରହଣ କରିବେ। ହାଇକୋର୍ଟର ପୁରୁଣା କୋଠାରେ ରହିଥିବା ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ହାଇକୋର୍ଟ କାର୍ୟ୍ୟକାରୀ ମୁଖ୍ୟବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଶ୍ରୀ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇବେ। ବଲାଙ୍ଗୀର ସଦର ବ୍ଲକ ବାରପୁଡୁଗିଆ ଗ୍ରାମର ନିମାଇଁଚରଣ ପାଣିଗ୍ରାହୀ ଓ ମନ୍ଦାକିନୀ ପାଣିଗ୍ରାହୀଙ୍କ ପୁତ୍ର ହେଉଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ତାଙ୍କର ପ୍ରାଥମିକ ପାଠପଢା ଗାଁ ସ୍କୁଲରେ ହୋଇଥିଲା। ପରେ ସେ ଖୁଣ୍ଟପାଲି ସରକାରୀ ବିଦ୍ୟାଳୟରେ ପଢିଥିଲେ। ପରେ ରାଜେନ୍ଦ୍ର କଲେଜରୁ ଉଚ୍ଚଶିକ୍ଷା ସମାପ୍ତ କରିଥିଲେ। ବେଙ୍ଗାଲୁରୁରୁ ସେ ଏଲଏଲଏମ୍ ପାଠ୍ୟକ୍ରମ ଶେଷ କରିଥିଲେ। ଓକିଲାତି ଲାଇସେନ୍ସ ପାଇବା ପରେ କିଛିଦିନ ହାଇକୋର୍ଟରେ ଓକିଲାତି କରିବା ପରେ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ।
୨୦୧୯, ମେ’ ୭ରେ ଆଇନଜୀବୀ ସଂଜୀବ କୁମାର ପାଣିଗ୍ରାହୀଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ଅକ୍ଟୋବର ୩ରେ ସୁପ୍ରିମକୋର୍ଟ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ଗ୍ରହଣ କରି ନିଯୁକ୍ତି ପାଇଁ ସୁପାରିସ କରିଥିଲା। ୨୦୧୯, ଅକ୍ଟୋବର ୩ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ପାଣିଗ୍ରାହୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଗତ ୭ତାରିଖରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଶ୍ରୀ ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏବେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।

Related posts

ଆଜି ବି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି 

mahabharatanews

ପ୍ରେମ ବିବାହର ୬ ମାସ ପରେ ମିଳିଲା ମୃତଦେହ

mahabharatanews

ଆଇସୋଲେସନକୁ ତଦାରଖ କରିବେ ବିଡିଓ ଓ ତହସିଲଦାର

mahabharatanews