ମନୋରଞ୍ଜନ

ବିଧାନସଭା ଆଗରେ ଓଡ଼ିଆ ଫିଲ୍ମ ପ୍ରଯୋଜିକା ସନଲିଶା ପଟେଲ

(ଭୁବନେଶ୍ୱର) : ଶେଷରେ ଗୁରୁବାରଠାରୁ ବିଧାନସଭା ଆଗରେ ଧାରଣାରେ ବସିଲେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ। ସନଲିଶା ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଗୁରୁତ୍ବପୂର୍ଣ୍ଣ ଦାବି ରଖିଛନ୍ତି। ସୂଚନାନୁଯାୟୀ , ଦାବି ଗୁଡିକ ହେଉଛି ଯେ ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା କରାଯାଉ। ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଲାଇବା ପାଇଁ ବାଧ୍ୟ ହେବେ ସେହିପରି କାର୍ଯ୍ୟାନୁଷ୍ଠାନ ନିଆଯାଉ।  ବିତରଣ, ପ୍ରଦର୍ଶନ, ସିନେମା ଚାଲିବା ପରେ ଟଙ୍କା ଫେରି ପାଇବା ଏବଂ ସମସ୍ତଙ୍କ ଭିତରେ ସମନ୍ୱୟ ରକ୍ଷା ପାଇଁ ବ୍ୟବସ୍ଥା କରାଯାଉ। ଟିକସ ମୁକ୍ତ ସାଙ୍ଗକୁ ସିନେମା ନିର୍ମାଣ ଲାଗି ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯାଉ ବୋଲି ଦାବି କରିଛନ୍ତି ।।

Related posts

ଧର୍ମେନ୍ଦ୍ରଙ୍କ ଶେଷକୃତ୍ୟ: ବାପା ଧର୍ମେନ୍ଦ୍ରଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚିଲେ ଇଶା ଦେଓଲ

mahabharatanews

୪୫୦ କୋଟି ଆୟ ଅତିକ୍ରମ କଲା ଚଳଚ୍ଚିତ୍ର ‘ଗଦର-୨ ‘

mahabharatanews

ମନ୍ଦିରରେ ବାସନ ଧୋଇ ଚର୍ଚ୍ଚାରେ ପରିଣୀତି ଓ ସ୍ବାମୀ ରାଘବ

mahabharatanews