ଓଡିଶା

ବିଦ୍ୟାଳୟ ପକ୍ଷରୁ ଶକ୍ତି ସଂରକ୍ଷଣ ଦିବସ ପାଳିତ

/ଗୋପ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ହାତରେ ବିଭିନ୍ନ ପ୍ଳକାର୍ଡ ଧରି ଗ୍ରାମ ପରିକ୍ରମା କରି ଶକ୍ତି ସଂରକ୍ଷଣ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରାଇଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସଭାର ଅ ।ୟୋଜନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ ସଭାପତିତ୍ୱ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶକ୍ତି ସଂରକ୍ଷଣକୁ ନେଇ ବକ୍ରୃତା ପ୍ରତିଯୋଗିତା ହୋଇଥିଲା । ଏହି ପ୍ରତିଯୋଗିତା କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ମିଟୁ କିଶୋର ପ୍ରଧାନ, ମଞ୍ଜୁଲତା ପ୍ରଧାନ, ପର୍ଶୁରାମ ସାହୁ, ବିରଞ୍ଚିନାରାୟଣ ବରାଳ, ସୁଧିର କୁମାର ଜେନା ଓ ପୁରୁଷୋତ୍ତମ ନାୟକ ପ୍ରମୁଖ ଉପସ୍ଥିତ ରହି ଶକ୍ତି ସଂରକ୍ଷଣ ସମ୍ପର୍କରେ ଛାତ୍ର ଛାତ୍ରୀମାନଙ୍କୁ ତଥ୍ୟ ପ୍ରଦାନ କରିଥିଲେ ।

Related posts

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ

mahabharatanews

ଶ୍ରୀମନ୍ଦିରର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ ମାରିଛନ୍ତି ପୋଲିସ

mahabharatanews

ହଜାରେ ସ୍ୱାବ ନମୂନା ସଂଗ୍ରହ କରିଥିବା ମଧୁସ୍ମିତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

mahabharatanews