ଭାରତମନୋରଞ୍ଜନ

ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଗୁରୁବାର ସକାଳେ ପରଲୋକ ଘଟିଛି

ମୁମ୍ବାଇ: ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ଗୁରୁବାର ସକାଳେ ପରଲୋକ ଘଟିଛି। ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ଦୀର୍ଘ ୪୫ ବର୍ଷର ବନ୍ଧୁତ୍ୱରେ ପୂର୍ଣ୍ଣଚ୍ଛେଦ ପଡ଼ିଛି ବୋଲି ଅନୁପମ କହିଛନ୍ତି। ଏହାସହ ସତୀଶଙ୍କ ଦେହାନ୍ତରେ ବଲିଉଡ୍‌ର ଅନେକ କଳାକାର ଶୋକ ପ୍ରକାଶ କରିଛନ୍ତି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ସତୀଶ ୧୦ରୁ ଉର୍ଦ୍ଧ୍ୱ ଫିଲ୍ମର ନିର୍ଦ୍ଦେଶନା ସହ ଶତାଧିକ ଫିଲ୍ମରେ ଅଭିନୟର ଛାପ ଛାଡି ଯାଇଛନ୍ତି । ୧୯୫୬ ମସିହାରେ ହରିୟାଣାରେ ସତୀଶ ଜନ୍ମଗ୍ରହଣ କରିଥିଲେ।

୧୯୮୨ ମସିହାରେ ଫିଲ୍ମ ‘ମାସୁମ୍’ ଜରିଆରେ ସତୀଶ ତାଙ୍କର ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମା ଓ ପୁନେର ଏଫ୍‌ଟିଆଇଆଇରେ ଅଧ୍ୟୟନ କରିଥିଲେ। ବଲିଉଡ୍‌ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମ୍‌ଲକ୍ଷ୍ମଣ, ସାଜନ୍‌ ଚଲେ ଶଶୁରାଲ ଆଦି ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ସେ ଦୁଇଥର ଶ୍ରେଷ୍ଠ ହାସ୍ୟ ଅଭିନେତା ଭାବେ ଫିଲ୍ମଫେୟାର ପୁରସ୍କାର ଲାଭ କରିଥିଲେ।

Related posts

ପରଲୋକରେ କଣ୍ଠଶିଳ୍ପୀ ସୁରିନ୍ଦର ସିନ୍ଦା

mahabharatanews

ସଭାପତି ପଦର ଦାୟୀତ୍ୱ ନେଲେ ଖଡଗେ

mahabharatanews

୨୪ ଘଣ୍ଟାରେ ଦେଶରୁ ୪୭୩ କରୋନା ସଂକ୍ରମିତ ଚିହ୍ନଟ

mahabharatanews