ଓଡିଶା

ଘୋଷଯାତ୍ରାକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କିନ୍ତୁ ମହାମାରୀ କରୋନା ତାଣ୍ଡବ ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରାକୁ ବନ୍ଦ କରିବାକୁ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ରଥଯାତ୍ରା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ୨୩ ତାରିଖରେ ହେବାକୁ ଥିବା ମହାପ୍ରଭୁଙ୍କ ଘୋଷଯାତ୍ରାକୁ ସ୍ଥଗିତ ରଖିବାକୁ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିକୁ ନେଇ ଗଠିତ ଖଣ୍ଡପୀଠ ଭିଡିଓ କନ୍‌ଫରେନ୍ସି ଜରିଆରେ ଏହି ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି ।
ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ରଥଯାତ୍ରା କରାଗଲେ ଜନଗହଳିକୁ ନିୟନ୍ତ୍ରଣ କରାଯାଇ ପାରିବ ନାହିଁ, ଯାହା କରୋନା ସଂକ୍ରମଣ ବୃଦ୍ଧି କରିବ । ତେଣୁ ଚଳିତ ବର୍ଷ ପାଇଁ ଏହି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନ କରିବାକୁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Related posts

କୁହୁଡି ହେଲା କାଳ, ଘାଟିରୁ ଓଲଟିଲା ବସ

mahabharatanews

ବିଦ୍ୟୁତ ଆଘାତରେ ଯୁବକ ମୃତ୍ୟୁ

mahabharatanews

ମୃତ୍ୟୁ ଏମିତିବି ଆସେ

mahabharatanews