ଓଡିଶା

ରାଜ୍ୟରେ  ସ୍କ୍ରବ୍ ଟାଇଫସ୍ ଭୟ , ପୁଣି ଜଣେ ମୃତ  

(ଭୁବନେଶ୍ୱର) : ଡେଙ୍ଗୁ ପରେ ରାଜ୍ୟରେ ଆତଙ୍କ ରଚିଛି ସ୍କ୍ରବ୍ ଟାଇଫସ୍ ରୋଗ । ଏହି ରୋଗରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ଜଣଙ୍କର ମୃତ୍ୟୁ ହେଲାଣି । ଏହା ସହ ସାରା ରାଜ୍ୟରେ ଏହାର ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି । ସୁନ୍ଦରଗଡ଼ରେ ପୁଣି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛି। ଏହା ସହ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଛି । 54 ଟି ନମୁନାରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହୋଇଛନ୍ତି ।

ସୂଚନାନୁଯାୟୀ, ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ।

Related posts

ପୁରୀରେ ପହଞ୍ଚିଲା ରଥ ଦଉଡି଼

mahabharatanews

ଗଜପତିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ

mahabharatanews

କଡା ସୁରକ୍ଷା ବଳୟ ଭିତରେ ରହିବ ବାରବାଟୀ ଷ୍ଟାଡିଅମ

mahabharatanews