ଓଡିଶା

 ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ

(ଭୁବନେଶ୍ୱର) : ସ୍ବାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ୨୫ ସେପ୍ଟେମ୍ବରରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରୁ ସାଧାରଣତଃ ୧୫ ଅକ୍ଟୋବରରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଥାଏ। ତେବେ ୮ ଦିନ ବିଳମ୍ବରେ ଦେଶରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା କାରଣରୁ ଓଡ଼ିଶାରୁ ମଧ୍ୟ ‌ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

 

ସୂଚନାନୁଯାୟୀ , ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ। ଏହାପରେ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିପାରେ।

Related posts

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

mahabharatanews

ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷିତ ରହିବ ତିନି ରଥ

mahabharatanews

ଆଜି ମହାପ୍ରଭୁଙ୍କ ଆଜ୍ଞାମାଳ ଗ୍ରହଣ କରିବେ ହନୁମାନ

mahabharatanews