ଓଡିଶା

ପରଜଙ୍ଗରେ ‘ସ୍ୱାବଲମ୍ବୀ ଯୁବା ସମୃଦ୍ଧ ଓଡ଼ିଶା’ ସମାବେଶ ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ମହାବିଦ୍ୟାଳୟ ପରିସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ‘ସ୍ୱାବଲମ୍ବୀ ଯୁବା ସମୃଦ୍ଧ ଓଡ଼ିଶା’ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପରଜଙ୍ଗ ବିଧାୟକ ବିଭୂତି ଭୂଷଣ ପ୍ରଧାନ ମୁଖ୍ୟ ଅତିଥି ଏବଂ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ଦଳବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଦକ୍ଷତା ବିକାଶ, କୌଶଳଭିତ୍ତିକ ଶିକ୍ଷା ଓ ଆତ୍ମନିର୍ଭରଶୀଳ ହେବାର ଆବଶ୍ୟକତା ସମ୍ପର୍କରେ ପ୍ରେରଣାଦାୟକ ବାର୍ତ୍ତା ପ୍ରଦାନ କରିଥିଲେ। ଯୁବପିଢ଼ି ନିଜ ଦକ୍ଷତାକୁ ବିକଶିତ କରି ସ୍ୱାବଲମ୍ବୀ ହେବା ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ ଜିଲ୍ଲା ଏମଏସଏମଇ (MSME) ପକ୍ଷରୁ ବିଶେଷକରି ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ବିଭିନ୍ନ ତାଲିମ କାର୍ଯ୍ୟକ୍ରମ ଓ ସରକାରୀ ସେବା ସମ୍ପର୍କରେ ସଚେତନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଡ଼ିଓ ସୋଭାଗ୍ୟ ବେହେରାଙ୍କ ସମେତ ବହୁ ସଂଖ୍ୟକ ଛାତ୍ରଛାତ୍ରୀ,ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

Related posts

ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

mahabharatanews

ଡ୍ୟାମରେ ଡଙ୍ଗା ବୁଡି ଜଣେ ନିଖୋଜ

mahabharatanews

ଡିଜିଟାଲରେ ସୁଧାର ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

mahabharatanews