ଓଡିଶା

ଶାଳିଆ ପ୍ରେସ କ୍ଲବର ବାର୍ଷିକ ଆଲୋଚନା ଚକ୍ର

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ବାଲୁଗାଁସ୍ଥିତ ‘ଶାଳିଆ ପ୍ରେସ କ୍ଲବ’ ର ବାର୍ଷିକ ଆଲୋଚନା ଚକ୍ର ରବିବାର ଦିନ ବାଣପୁରସ୍ଥିତ ମା’ ବିରଜାଈ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l ସଂଘର ସଭାପତି ଅଜିତ କୁମାର ସାହୁଙ୍କ ସଭାପତିତ୍ୱରେ ସମ୍ପାଦକ ସୁଧୀର କୁମାର ବେହେରା ବାର୍ଷିକ ବିବରଣୀ ପାଠ କରାଯାଇଥିବା ବେଳେ ସଂଘ ଦ୍ୱାରା ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା l ବାଣପୁର, ବାଲୁଗାଁ ଓ ଚିଲିକା ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥ ଏବଂ ଅଞ୍ଚଳର ଉନ୍ନତି ପାଇଁ ‘ଶାଳିଆ ପ୍ରେସ କ୍ଲବ’ ସର୍ବଦା ବଦ୍ଧପରିକର ବୋଲି ସଂଘ ସଭାପତି ଶ୍ରୀ ସାହୁ ମତ ରଖିଥିଲେ l

ତତସହିତ ଅବହେଳିତ, ନିଷ୍ପେସିତ ଏବଂ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ବ୍ୟକ୍ତିଙ୍କୁ କିପରି ନ୍ୟାୟ ପ୍ରଦାନ କରାଯାଇପାରିବ ସେ ଦିଗରେ ସଂଘ ଅହରହ ଚେଷ୍ଟିତ ବୋଲି ସାଧାରଣରେ ମତ ପ୍ରକାଶ ପାଇଥିଲା l ପରିଶେଷରେ ଆଗାମୀ ବର୍ଷରେ କ୍ଲବ ପକ୍ଷରୁ ବାଣପୁର-ବାଲୁଗାଁରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା।ଅନୁଷ୍ଠିତ ସଭାକୁ ଉପସଭାପତି ସିତାରାମ ଅଗ୍ରୱାଲ ପରିଚାଳନା କରିଥିବା ବେଳେ ସଂଘର ସମସ୍ତ କର୍ମକର୍ତ୍ତା ପୂର୍ଣ୍ଣ ସହଯୋଗ କରିଥିଲେ।

Related posts

କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

mahabharatanews

ବଉଳା କୁମ୍ଭୀର ଦେଖିବାକୁ ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ

mahabharatanews

ଟ୍ରକ ଧକ୍କାରେ ବୋଲେର ଚୁରମାର ୪ ମୃତ

mahabharatanews