ଓଡିଶାମନୋରଞ୍ଜନ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା

(ଭୁବନେଶ୍ୱର) : ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ସମ୍ପନ୍ନ ହୋଇଛି । ଗତକାଲି ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିଲା । ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ଗାଇଥିବା ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ।

ସୂଚନାନୁଯାୟୀ, ଶାନ୍ତିଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଥିଲେ ।  ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Related posts

ବଢୁଛି ଡେଙ୍ଗୁର ପ୍ରାଦୁର୍ଭାବ,ମଶା ଶରୀରରେ ପରିବର୍ତ୍ତନ

mahabharatanews

୨ ଜିଲ୍ଲାରେ ଅତିପ୍ରବଳ ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

mahabharatanews

୨୫ରେ ମତଦାନ କରିବାକୁ ଜିଲ୍ଲାପାଳଙ୍କ ନିବେଦନ

mahabharatanews