(ଭୁବନେଶ୍ୱର) : ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ କାଲି ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦର୍ଶନ ବନ୍ଦ ରହିବ ।
ସୂଚନାନୁଯାୟୀ , ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି। ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଏହା ଉଲ୍ଲେଖ ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି । ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି । ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି । ହୋଲିରେ ଅଘଟଣ , ପୋଖରୀରେ ବୁଡି ୩ ମୃତ ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି । ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି ।
