(ପୁରୀ) : ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବର ଅୟମାରମ୍ଭ ଆଜି ଠାରୁ ହେବ । ଆଜି ସନ୍ଧ୍ୟାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ । ଉତ୍ସବ ମୁଖର ହୋଇ ଉଠିବ ଶ୍ରୀ ମନ୍ଦିର । ଭକ୍ତଙ୍କ ସମାଗମରେ ଉଛୁଳିବ ବଡ଼ଦାଣ୍ଡ । ଆଜି ଠାରୁ ୬ଦିନ ପର୍ଯ୍ୟନ୍ତ ହେବ ଯଜ୍ଞ । ଏହା ପରେ ଆସନ୍ତା ୧୭ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏ ନେଇ ଆଜି ଠାରୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା ।
ସୂଚନାନୁଯାୟୀ , ୬ଦିନ ବ୍ୟାପୀ ଯଜ୍ଞ ଅନୁଷ୍ଠିତ ହେବ । ଆସନ୍ତାକାଲି ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ଯ୍ୟ ବରଣ କରିବେ । ଚାକିରି ଦୁର୍ନୀତି ମାମଲା: ପଶ୍ଚିମବଙ୍ଗ ମନ୍ତ୍ରୀଙ୍କ ଘରେ ଇଡି ରେଡ୍ ସନ୍ଧ୍ୟା ସାଢ଼େ ଛ ରୁ 8 ଟା ମଧ୍ୟରେ ଅଙ୍କୁରାରୋପଣ କରାଯିବ । ୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଅଙ୍କୁରପୂଜନ ହେବ । ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ । ୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ ।