(ପୁରୀ) : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ର ପୁରୀରେ ଚାଲିଛି ପବିତ୍ର ମହାଯଜ୍ଞ । ୧୭ ତାରିଖ ଦିନ ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ଯବାସୀଙ୍କ ଉଦ୍ଦେଶ୍ଯରେ ବାର୍ତ୍ତା ଜାରି କରିଛନ୍ତି ।
ଏହି ଐତିହାସିକ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଘରେ ଘରେ ଦୀପ ଜାଳି, ଶଙ୍ଖ ଫୁଙ୍କି ପାଳିବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଐତିହ୍ୟ ପ୍ରକଳ୍ପର ଲୋକାର୍ପଣ କରିବେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭ ପ୍ରତିଷ୍ଠା ଓ ଲୋକାର୍ପଣ, ପୌଷ ଶୁକ୍ଳ ସପ୍ତମୀ, ୧୭ ତାରିଖ ବୁଧବାର’ ଲେଖାଯାଇଛି । ଶିଳାନ୍ୟାସ ଫଳକର ଦକ୍ଷିଣ ପାର୍ଶ୍ୱରେ ଏହି ଲୋକାର୍ପଣ ପଥର ଫଳକ ରହିଛି । ତେବେ ଏହା ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଯଜ୍ଞ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି ।
https://x.com/IPR_Odisha/status/1746945814566686884?s=20