ଏଣିକି ରାତିରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏ ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଛି । ଚଳିତମାସ 16 ଜାନୁୟାରୀ 14 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ 15 ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ ଜାନୁୟାରୀ 25 ତାରିଖରେ ହେବାକୁ ଥିବା ଦେବାଭିଷେକ ନୀତି ସମ୍ପର୍କରେ ଆଲୋଚନା କରାଯାଇ ନୀତିନିର୍ଘଣ୍ଟ କରାଯାଇଛି । ଡିସେମ୍ବର 16 ରୁ ରାତି 2ରେ ଖୋଲିବ ଶ୍ରୀମନ୍ଦିର ଦ୍ୱାର । ଜାନୁୟାରୀ 17 ତାରିଖରେ ଲୋକାର୍ପିତ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ଏଥିରେ ସମସ୍ତଙ୍କର ସହଯୋଗ କାମନା କରାଯାଇଥିଲା । ସେହିପରି ଶ୍ରୀଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ଠାରେ ସ୍ୱତନ୍ତ୍ର ପ୍ରଦର୍ଶନୀ କରାଯିବ ।
previous post
