ଓଡିଶା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଶିମିଳିପାଳ : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ | ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି | ଜାତୀୟ ଉଦ୍ୟାନ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଶିମିଳିପାଳ ଜାତୀୟ ଉଦ୍ୟାନ ଦୀର୍ଘ ଦିନ ଧରି ବନ୍ଦ ରହିଥିଲା। ଦୀର୍ଘ ଦିନ ପରେ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥିବାରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି | ପର୍ଯ୍ୟଟନ ଋତୁ ଆରମ୍ଭ ହେବା ପରେ ଆଜି ପ୍ରକୃତି ପ୍ରେମୀ ପର୍ଯ୍ୟଟକ ଶିମିଳିପାଳ ଯାଇପାରିବେ। ପିଠାବଟା ଫାଟକ ଦେଇ ପ୍ରତିଦିନ ୨୫ଟି ଏବଂ କାଳିଆଣି ଦେଇ ୩୫ଟି ଗାଡ଼ି ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ସୂଚନା ଦିଆଯାଇଛି। ପର୍ଯ୍ୟଟକମାନେ ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍ ଦେଇ ପ୍ରବେଶ କରିପାରିବେ।

ଅଭୟାରଣ୍ୟରେ ଥିବା ଡାକବଙ୍ଗଳାରେ ରାତ୍ରିଯାପନ ପାଇଁ ପର୍ଯ୍ୟଟକମାନେ ଅଗ୍ରୀମ ଦେୟ ପୈଠକରି କେବଳ ଅନଲାଇନରେ ସଂରକ୍ଷଣ କରିବାକୁ ପଡ଼ିବ। ଅଭୟାରଣ୍ୟକୁ ମାଦକ ଦ୍ରବ୍ୟ, ପ୍ଲାଷ୍ଟିକ, ପଲିଥିନ୍ ନେବାରେ କଟକଣା ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଗାଇଡ୍ ନେବାକୁ ବ୍ୟବସ୍ଥା ହୋଇଛି। ପ୍ରତିବର୍ଷ ବର୍ଷାଋତୁରେ ଅଭୟାରଣ୍ୟକୁ ରାସ୍ତା ଖରାପ୍ ହୋଇ ଯାଉଥିବା ଯୋଗୁଁ ପ୍ରବେଶ ଅନୁମତିକୁ ବନ୍ଦ ରଖାଯାଇଥାଏ।

Related posts

ଏଣିକି ଶ୍ରୀ ମନ୍ଦିରରେ ପାନ, ଗୁଟଖା ମନା

mahabharatanews

ଉଦଳାରେ ପୋଲିସ ପକ୍ଷରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

mahabharatanews

ବଙ୍ଗୀୟ ନବବର୍ଷ ପାଇଁ ଉତ୍ସବମୁଖର ଏମଭି-୭୯, ଧୁମଧାମରେ ପାଳିତ ପହିଲା ବୈଶାଖ

mahabharatanews