(ଓଡିଶା) : ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି।
ସୂଚନାନୁଯାୟୀ , ଏବେ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। ଏନେଇ ନୂଆପଡ଼ା ଏସପି ଜିଆର ରାଘବେନ୍ଦ୍ର ସୂଚନା ଦେଇଛନ୍ତି। ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଛି। ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା।