ଓଡିଶା

ସୁରକ୍ଷା ବାହିନୀ-ମାଓବାଦୀ ଗୁଳି ବିନିମୟ: ଏସଓଜି ଯବାନ ଗୁରୁତର

(ଓଡିଶା) : ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି।

ସୂଚନାନୁଯାୟୀ , ଏବେ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। ଏନେଇ ନୂଆପଡ଼ା ଏସପି ଜିଆର ରାଘବେନ୍ଦ୍ର ସୂଚନା ଦେଇଛନ୍ତି।  ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଛି। ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା।

Related posts

ଟ୍ରେଣ୍ଡି ରଫଲ ଲେହେଙ୍ଗା

mahabharatanews

ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

mahabharatanews

ସୁରତ ଫେରନ୍ତାଙ୍କୁ ଘାରିଛି ଜୀବିକା ଚିନ୍ତା, ଦିନ କାଟୁଛନ୍ତି ଦ୍ୱନ୍ଦରେ

mahabharatanews