ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ପାଗରେ ପରିବର୍ତ୍ତନ ଆସିଛି । ପ୍ରାୟତଃ ସବୁ ଯାଗାରେ ଶୀତ ଅନୁଭୂତ ହେଉଛି । ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଏହି ୪ଟି ସହର ହେଉଛି- ସୋନପୁର, ଅନୁଗୋଳ, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ା। ସୋନପୁରରେ ତାପମାତ୍ରା ୧୧.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଅନୁଗୋଳରେ ୧୨.୬, ଦାରିଙ୍ଗବାଡ଼ିରେ ୧୪ ଓ ଝାରସୁଗୁଡ଼ାରେ ୧୪.୧ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱର ଓ କଟକର ତାପମାତ୍ରା ଯଥାକ୍ରମେ ୨୦.୬ ଓ ୧୯ ଡିଗ୍ରୀ ରେକର୍ଡ କରାଯାଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି କି, ଚଳିତ ବର୍ଷ ପ୍ରବଳ ଶୀତ ଅନୁଭୂତ ହେବ । ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ଓଡ଼ିଶାକୁ ପଶୁଛି। ଫଳରେ ଉତ୍ତର ଓଡ଼ିଶା ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବା ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାର ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ରହିଛି।
previous post
next post