(ପୁରୀ) : ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ବାଟାଲିୟନ୍ । ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିୟନ ଗଠନ ହେବ । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବାଟାଲିୟନରେ ୧୧୯୦ ଜଣ ସୁରକ୍ଷାକର୍ମୀ ରହିବେ । ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ କରିବ ଏହି ସ୍ବତନ୍ତ୍ର ବାଟାଲିୟନ । ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ୫ଟି ଅଧ୍ୟକ୍ଷ ପାଣ୍ଡିଆନ ।
ସୂଚନାନୁଯାୟୀ , ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ପରିଚାଳନାକୁ ଫୋକସ୍ ସହ ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ସୁରକ୍ଷା ବାହିନୀ (SSB) ଭାବେ ନାମିତ ହେବ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପୁରୀକୁ ବଢ଼ିବ ଜନସମାଗମ । ଏବେ ଦୈନିକ ପୁରୀକୁ ୫୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଆସୁଛନ୍ତି । ଛୁଟି ଦିନରେ ବଢ଼ୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପୁରୀ ସମୁଦ୍ରରେ ପୁଣି ଅଘଟଣ; ଗାଧୋଇବା ବେଳେ ବୁଡ଼ି ଯାଇ ପର୍ଯ୍ୟଟକଙ୍କ ମୃତ୍ୟୁ ସେପଟେ ବଡ଼ ଦିନରେ ଶ୍ରୀମନ୍ଦିରରେ ନାହିଁ ନଥିବା ଭିଡ଼ । ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ବ୍ୟାରିକେଡ୍ ଭାଙ୍ଗି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବା ପାଇଁ ଉଦ୍ୟମ କରିଛନ୍ତି ଶ୍ରଦ୍ଧାଳୁ । ଅସମ୍ଭାଳ ଭିଡ଼କୁ ନିୟନ୍ତ୍ରଣ କରିବାରେ ବିଫଳ ହେଲା ପୋଲିସ ।
