ଓଡିଶା

୩୦ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର: ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି । ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏନେଇ ସୂଚନା ଦେଇଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବିକ୍ରମ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ସେହିପରି ଦେବି ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ, କନ୍ଧମାଳ ଖୋର୍ଦ୍ଧା ଓ ପୁରୀ ଦାୟିତ୍ୱ ଦିଆଯାଇଥିବା ବେଳେ ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ ଦାୟିତ୍ୱ ମିଳିଛି । ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେଓଗଡ, ଅନୁଗୁଳ ଢେଙ୍କାନାଳ ଜିଲ୍ଲା ପର୍ଯ୍ୟବେକ୍ଷକ କରାଯାଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଦାୟିତ୍ୱ ପ୍ରଶନ୍ନ ଆଚାର୍ଯ୍ୟଙ୍କୁ ଦିଆଯାଇଥିବା ବେଳେ ମହେଶ୍ୱର ମହାନ୍ତିଙ୍କୁ ମିଳିଛି ମୟୂରଭଞ୍ଜ ଓ କେଉଁଝର ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ।

Related posts

୨୫ରେ ଝଡତୋଫାନ ସମ୍ଭାବନା

mahabharatanews

AI ର ସଫଳ ରୂପାୟନ ପାଇଁ ଅନୁଷ୍ଠିତ ହୋଇଛି AI Impact summit 2025

mahabharatanews

କେନ୍ଦୁଝର ରାଜାରାଣୀଙ୍କ ଜାଗର ମହୋତ୍ସବ ଉଦ୍ଘାଟନ

mahabharatanews