ଓଡିଶା

ରାଜ୍ୟରେ ଲଗାତାର ପ୍ରବଳ ବର୍ଷା, ସତର୍କ ରହିବାକୁ ଏସ୍‌ଆର୍‌ସିର ନିର୍ଦେଶ  

(ଭୁବନେଶ୍ୱର) :  ରାଜ୍ୟରେ ଲଗାତାର ଭାବେ ବର୍ଷା ଜାରି ରହିଛି । ଚଳିତ ବର୍ଷ ଆଜି ପର୍ଯ୍ୟନ୍ତ ସବୁଠାରୁ ବଡ଼ ବର୍ଷା ଶନିବାର ଦିନ ରେକର୍ଡ ହୋଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । 

ସୂଚନାନୁଯାୟୀ ,  ରାଜ୍ୟରେ ଏବେ ପୁଣି ଥରେ ଦକ୍ଷିଣ–ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର–ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ପ୍ରଭାବ ବଢ଼ିବ। ଏଣୁ ତୀବ୍ର ବୃଷ୍ଟିପାତଜନିତ ବିଭିନ୍ନ ସମସ୍ୟା ସହ ଲଢ଼ିବାକୁ ସତର୍କ ରହିବା ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦ୍ଦେଶକ, ପୌରାଞ୍ଚଳ ପ୍ରଶାସନ ନିର୍ଦ୍ଦେଶକ, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ରାଜସ୍ବ ବିଭାଗୀୟ ଆୟୁକ୍ତ, ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ, ମହାନିରୀକ୍ଷକ, ଅଗ୍ନିଶମ ବିଭାଗ, ଏନ୍‌ଡିଆର୍‌ଏଫ୍, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ଓ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଙ୍କୁ ଏନେଇ ସତର୍କ ରହିବାକୁ ତଥା ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

Related posts

ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡ଼ିଶା

mahabharatanews

ସରିଆଁ ହାଇସ୍କୁଲର ରଜତ ଜୟନ୍ତୀ ଉଦଘାଟିତ

mahabharatanews

ଚନ୍ଦନ କାଠ ଚୋରି ଘଟଣାରେ ୪ଗିରଫ

mahabharatanews