(ଜୟନ୍ତ ସେଠୀ/ ଗୋପ): ଆଜି ହେଉଛି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ । ମଧ୍ୟାନ ଧୂପ ପରେ ଏହି ବେଶ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶର ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।
View this post on Instagram. cialis generic Related Posts.
