ଓଡିଶା

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ 

(ଭୁବନେଶ୍ୱର) : ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସନ୍ଧ୍ୟା ୭ଟା ରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।

ସୂଚନାନୁଯାୟୀ,  ଏଥିସହିତ କ୍ୟାବିନେଟ୍ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ କାମଚଳା ବଜେଟକୁ ମଞ୍ଜୁରୀ ମିଳିବ । ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି । ଏଥି ଲାଗି କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

Related posts

ଚାଳଘର ସାହିତ୍ୟ ସଂସଦ ପକ୍ଷରୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୧ ହଜାର ସହାୟତା

mahabharatanews

ଅଚାନକ ନିଖୋଜ ସ୍ତ୍ରୀ , ସ୍ୱାମୀ ଥାନାର ଦ୍ୱାରସ୍ଥ

mahabharatanews

୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ ଚିହ୍ନଟ

mahabharatanews