ଓଡିଶା

ରାଜ୍ୟରେ ୨ ହଜାର ୬୩୭ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ

(ଭୂବନେଶ୍ୱର/ମହାଭାରତ): ରାଜ୍ୟରେ ମଙ୍ଗଳବାର ଆଉ ୨ ହଜାର ୬୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି । ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୩୮୦୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦ ହଜାର ୬୧୦ ଜଣ ଏବେ ଚିକିତ୍ସାଧିନ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ୨୦୬୪୦୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Related posts

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

mahabharatanews

ଢେଙ୍କାନାଳ ଜିଲ୍ଲାରେ ଲକଡାଉନ୍

mahabharatanews

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

mahabharatanews