ଓଡିଶା

ଘନ କୁହୁଡ଼ି ନେଇ ୟେଲୋ ଆଲର୍ଟ ଜାରି 

(ଭୁବନେଶ୍ୱର) :  ପୁଣି ବଢିବ ରାଜ୍ୟରେ ଶୀତ । ଏଥର ଥରିବ ପୁରା ଓଡ଼ିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସୂଚନାନୁଯାୟୀ , ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ହେବ । ୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ । ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ହେବ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Related posts

ଶ୍ରୀଲିଙ୍ଗରାଜ ମନ୍ଦିରରେ ଲାଗୁ ହେବ ଅନଲାଇନ୍ ସମନ୍ୱିତି ମନ୍ଦିର ପରିଚାଳନା ବ୍ୟବସ୍ଥା ବା ଆଇଟିଏମଏସ

mahabharatanews

କୋଭିଡ-୧୯ କଟକଣାକୁ ଆହୁରି ଶକ୍ତ କରିଛି ବିଏମସି

mahabharatanews

ଛଟପଟ ହେଉଛନ୍ତି ଓଡ଼ିଶା ବାସୀ ;୬ ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି

mahabharatanews