ଓଡିଶା

ରାଜ୍ୟହେବ ମଦମୁକ୍ତ, ନିଆଯିବ ପଦକ୍ଷେପ

ଭୁବନେଶ୍ୱର: ଓଡ଼ିଶାରେ ବନ୍ଦ ହେବ ମଦ । ଅଂଟା ଭିଡିଲେ ସରକାର । ପର୍ଯ୍ୟାୟକ୍ରମେ ମଦ ବନ୍ଦ ହେବାକୁ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟରେ କମିବ ନିଶାକାରବାର, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି । ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦବନ୍ଦ କରାଯାଇଛି । ଓଡ଼ିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ । ଓଡ଼ିଶାକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଥିବା କହିଛନ୍ତି ନତ୍ୟାନନ୍ଦ ଗଣ୍ଡ । ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା ପରେ ପର୍ଯ୍ୟାକ୍ରମେ ନିଆଯିବ ପଦକ୍ଷେପ । ଆଜି ଅନ୍ତର୍ଜାତୀୟ ନିଶା ନିବାରଣ ଦିବସ ଅବସରରେ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏନେଇ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Related posts

ତୃତୀୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଅଭିଯୋଗ

mahabharatanews

କିଶୋର ସେନାପତି ହେଲେ ଝାରସୁଗୁଡା ବିମାନବନ୍ଦରର ନୂତନ ନିର୍ଦ୍ଦେଶକ 

mahabharatanews

କାଳବୈଶାଖୀ ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି 

mahabharatanews