ଓଡିଶା

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ରାଇରଙ୍ଗପୁର /ସତ୍ୟାନାରୟଣ ପାଲ : ରାଇରଙ୍ଗପୁର ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ କାର୍ୟ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱକ୍ଷବଧାନରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଋଷିକେଶ ଦ୍ୟାନ ଦେଓ ଖିଲାରୀ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ହେମନ୍ତ କୁମାର ସିଂ , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡ଼ା. ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୧୦୬ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୯୩ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୩ ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା । ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ୦୨ ଟି ଅଭିଯୋଗର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି ଆବେଦନକାରି ପ୍ରତ୍ୟେକ ଙ୍କୁ ଟ.୫୦୦୦/- ଲେଖାଏଁ ମୋଟ ଟ.୧୦୦୦୦/-(ଦଶ ହଜାର ) ସହାୟତା ରାଶି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜିଲ୍ଲାପାଳ ମଂଜୁର କରିଛନ୍ତି. ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ୟ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ଅନୁଷ୍ଠିତ ଉକ୍ତ ବୈଠକରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ୟ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ୟ୍ୟକ୍ରମ ପରିଚାଳନା କରାଯାଇଥିଲା ।

Related posts

୩୦ରୁ ରାଜ୍ୟରେ ବର୍ଷା ବଢିବ

mahabharatanews

ଉଚ୍ଚଶିକ୍ଷା କ୍ଷେତ୍ରରେ ଅତ୍ୟାଧୁନିକ ଯୋଗଦାନ ନେଇ ସଫଳତା

mahabharatanews

ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ହିଞ୍ଜିଳିକାଟୁ ତ୍ରିରଙ୍ଗା ଯୁବସେବା ସଂଘ

mahabharatanews