ଓଡିଶା

ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ସମ୍ଭାବନା

(ଭୁବନେଶ୍ୱର) : ଓଡ଼ିଶାର ତାପମାତ୍ରା ଉପରମୁହାଁ। କାଳବୈଶାଖୀ ପ୍ରଭାବରେ କିଛି ଦିନ ପାଇଁ ଓଡ଼ିଶାବାସୀଙ୍କୁ ତାତିରୁ ଆଶ୍ବସ୍ତି ମିଳିଥିବା ବେଳେ ଏବେ ପଶ୍ଚିମ ଓଡ଼ିଶା ତତଲା ପାଲଟିଲାଣି।  ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ଆସିବ। ଦିନର ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ଲାଗିରହିବ।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ତି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବ‌ାଲେଶ୍ବର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ହୋଇପାରେ। ପରବର୍ତ୍ତୀ ତିନି ଦିନରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ନ ହେଲେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢ଼ିବ।

Related posts

କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

mahabharatanews

ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ ସେବା

mahabharatanews

ଟଙ୍କା ଲୁଟ ପାଇଁ ଏଟିଏମ ଭାଙ୍ଗିଲେ ଦୁର୍ବୃତ୍ତ

mahabharatanews