ଓଡିଶା

ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ସମ୍ଭାବନା

(ଭୁବନେଶ୍ୱର) : ଓଡ଼ିଶାର ତାପମାତ୍ରା ଉପରମୁହାଁ। କାଳବୈଶାଖୀ ପ୍ରଭାବରେ କିଛି ଦିନ ପାଇଁ ଓଡ଼ିଶାବାସୀଙ୍କୁ ତାତିରୁ ଆଶ୍ବସ୍ତି ମିଳିଥିବା ବେଳେ ଏବେ ପଶ୍ଚିମ ଓଡ଼ିଶା ତତଲା ପାଲଟିଲାଣି।  ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ଆସିବ। ଦିନର ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ଲାଗିରହିବ।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ତି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବ‌ାଲେଶ୍ବର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ହୋଇପାରେ। ପରବର୍ତ୍ତୀ ତିନି ଦିନରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ନ ହେଲେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢ଼ିବ।

Related posts

ଅଞ୍ଚଳଗୁମ୍ମା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ

mahabharatanews

ଆଲୋକ ସାହୁ କେନ୍ଦ୍ରାପଡା ବ୍ଲକ ବିଜେଡି ସଭାପତି ନିର୍ବାଚିତ

mahabharatanews

ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ 

mahabharatanews