(ଭୁବନେଶ୍ୱର) : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ତେବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଞେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାରେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , କାଳବୈଶାଖୀ ପ୍ରଭାବରେ ଅପରାହ୍ଣରେ ଯାଜପୁର, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବାଲେଶ୍ବର ଆଦି ଉପକୂଳବର୍ତ୍ତୀ ଜିଲ୍ଲଗୁଡ଼ିକରେ ପ୍ରବଳ ଝଡ଼ବର୍ଷା ହୋଇଛି। ୭୦ରୁ ୮୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।
