ଓଡିଶା

ଆଜିଠୁ ହାଇକୋର୍ଟରେ ଗ୍ରୀଷ୍ମ ଛୁଟି

(କଟକ) : ଆଜିଠୁ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଛୁଟି ଆରମ୍ଭ । ମେ ୨୨ରୁ ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୧ ତାରିଖରେ କୋର୍ଟ ଖୋଲିବ।

ସୂଚନାନୁଯାୟୀ , ଅବକାଶ ସମୟରେ ମେ ୨୩, ୨୫, ୩୦, ଜୁନ୍ ୧, ୬, ୮, ୧୨ ଓ ୧୩ରେ ଅବକାଶକାଳୀନ ଖଣ୍ଡପୀଠ ବସିବ ‌ବୋଲି ହାଇକୋର୍ଟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ସମସ୍ତ ଜରୁରି ମାମଲା ଯେଉଁଗୁଡିକ ଗ୍ରୀଷ୍ମ ଅବକାଶ ଶେଷ ପରେ କୋର୍ଟ ଖୋଲିବା ପର୍ଯ୍ୟନ୍ତ ଅପେକ୍ଷା କରି ନ ପାରିବ, ସେଗୁଡ଼ିକ କାର୍ଯ୍ୟ ଦିବସର ଦିନ ୧୧ଟାରୁ ୧୨ଟା ମଧ୍ୟରେ କମ୍ପ୍ୟୁଟର ଫାଇଲିଂ କାଉଣ୍ଟରରେ ଦାୟର କରାଯିବ। ଜରୁରୀ ମାମଲାଗୁଡିକ ଶୁଣାଣି ପାଇଁ ଅବକାଶକାଳୀନ ଖଣ୍ଡପୀଠଙ୍କ ନିକଟରେ ତାଲିକାଭୁକ୍ତ କରାଯିବ ବୋଲି ପ୍ରକା‌ଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

 

 

 

Related posts

ହଟସ୍ପଟରୁ ଆସୁଥିବା ଲୋକ ଭୁବନେଶ୍ୱର ପାଇଁ ଚିନ୍ତାର କାରଣ ହୋଇଛନ୍ତି: ବିଏମସି

mahabharatanews

ନବରଙ୍ଗପୁରରେ ୧୦ କୋଟି ଟଙ୍କାର ଏକ ଅତ୍ୟାଧୁନିକ ପ୍ରେକ୍ଷାଳୟ ହେବ

mahabharatanews

ୟୁକୋ ଆତ୍ମ ନିଯୁକ୍ତି ତାଲିମ ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର

mahabharatanews