(ଭୁବନେଶ୍ୱର) : ଅକ୍ଟୋବର ୩୧ରେ ହାଜର ହେବାକୁ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ସମନ | ବହୁଚର୍ଚ୍ଚିତ ମାହାଙ୍ଗା ଟ୍ରିପଲ ମର୍ଡର ଘଟଣାରେ ସାଲେପୁର ଜେଏମଏଫସି କୋର୍ଟ ପକ୍ଷରୁ ସ୍ୱତନ୍ତ୍ର ମେସେଞ୍ଜର ଜରିଆରେ ଆସନ୍ତା ଅକ୍ଟୋବର ୩୧ତାରିଖରେ ହାଜର୍ ହେବା ପାଇଁ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ସମନ୍ ପ୍ରଦାନ କରାଯାଇଛି ।
ସୂଚନାନୁଯାୟୀ , ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇ ନଥିଲା। ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା। ସିଡିଆର୍ ମଗାଇବା ପାଇଁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଥିଲା। ଅଭିଯୋଗକାରୀ ଓ ସାକ୍ଷୀଙ୍କ ବୟାନ, ଅନ୍ୟ ଉପଲବ୍ଧ ରେକର୍ଡରୁ ଶ୍ରୀ ଜେନାଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ ଆପାତତଃ ମାମଲା ହେଉଛି ବୋଲି ଅଦାଲତ ସୂଚାଇ ଏଭଳି ଆଭିମୁଖ୍ୟ ଗ୍ରହଣ କରିଥିଲେ।