ଓଡିଶା

ହାଜର ହେବାକୁ ପ୍ରତାପ ଜେନାଙ୍କୁ ସମନ

(ଭୁବନେଶ୍ୱର) : ଅକ୍ଟୋବର ୩୧ରେ ହାଜର ହେବାକୁ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ସମନ | ବହୁଚର୍ଚ୍ଚିତ ମାହାଙ୍ଗା ଟ୍ରିପଲ ମର୍ଡର ଘଟଣାରେ ସାଲେପୁର ଜେଏମଏଫସି କୋର୍ଟ ପକ୍ଷରୁ ସ୍ୱତନ୍ତ୍ର ମେସେଞ୍ଜର ଜରିଆରେ ଆସନ୍ତା ଅକ୍ଟୋବର ୩୧ତାରିଖରେ ହାଜର୍ ହେବା ପାଇଁ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ସମନ୍ ପ୍ରଦାନ କରାଯାଇଛି ।

ସୂଚନାନୁଯାୟୀ ,  ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇ ନଥିଲା। ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା। ସିଡିଆର୍‌ ମଗାଇବା ପାଇଁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଥିଲା।  ଅଭିଯୋଗକାରୀ ଓ ସାକ୍ଷୀଙ୍କ ବୟାନ, ଅନ୍ୟ ଉପଲବ୍ଧ ରେକର୍ଡରୁ ଶ୍ରୀ ଜେନାଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ ଆପାତତଃ ମାମଲା ହେଉଛି ବୋଲି ଅଦାଲତ ସୂଚାଇ ଏଭଳି ଆଭିମୁଖ୍ୟ ଗ୍ରହଣ କରିଥିଲେ।

Related posts

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୬ଟି ପ୍ରସ୍ତାବ ଉପରେ ଆଲୋଚନା

mahabharatanews

ଆସନ୍ତାକାଲି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା 

mahabharatanews

ଖରସ୍ରୋତା ନିଖୋଜ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

mahabharatanews