ଅପରାଧଓଡିଶା

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି

ରାଜ୍ୟରେ ନିଷେଧ ହେଲା ତମାଖୁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରାଯାଇଛି । ତମ୍ବାକୁ ଓ ନିକୋଟିନ୍ ଯୁକ୍ତ ପଦାର୍ଥଗୁଡ଼ିକ ମୁଖ, ଗଳ, ଅନ୍ତର୍ନିହିତ ଅଙ୍ଗର କ୍ୟାନ୍ସର ସହିତ ଗୁରୁତର ରୋଗ ସୃଷ୍ଟି କରୁଛି, ବିଶେଷକରି ଶିଶୁ ଓ ଯୁବପିଢ଼ିଙ୍କ ସ୍ୱାସ୍ଥ୍ୟ ପାଇଁ ଏହା ଅତ୍ୟନ୍ତ ହାନିକାରକ ଅଟେ । ତେଣୁ ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ଏହି ନିଷେଧ ଲାଗୁ କରାଯାଇଛି । ସାଧାରଣ ଲୋକଙ୍କୁ ଏହି ନିଷେଧାଜ୍ଞା ପାଳନ କରି ସ୍ୱସ୍ଥ ଓ ତମାକୁମୁକ୍ତ ଓଡ଼ିଶା ଗଠନରେ ସହଯୋଗ କରିବାକୁ ରାଜ୍ୟ ସରକାର ଆହ୍ୱାନ କରିଛନ୍ତି ।

Related posts

୧୦ ଲକ୍ଷ ଟଙ୍କାର ଦାମୀ ବିଦେଶୀ ସିଗାରେଟ୍ ଜବତ କଲା କଷ୍ଟମସ୍ ବିଭାଗ

mahabharatanews

ଗ୍ରୀଷ୍ମ ପ୍ରବାହ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews

ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣଙ୍କ ମୃତ୍ୟୁ

mahabharatanews