କୁପ୍ୱାଡ଼ାରେ ୪ ଆତଙ୍କବାଦୀ ନିହତ
(ଜମ୍ମୁକାଶ୍ମୀର) : ୪ଜଣ ଆତଙ୍କବାଦୀ ଜମ୍ମୁ ଓ କଶ୍ମୀରର କୁପ୍ୱାଡ଼ା ଜିଲ୍ଲା ଅନ୍ତର୍ଗତ ମଚ୍ଛଲ୍ ସେକ୍ଟର୍ରେ ନିହତ ହୋଇଥିବା ସୂଚନା ମିଳିଛି । ପାକିସ୍ତାନ ଅଧିକୃତ କଶ୍ମୀର ପଟୁ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ୪ଜଣ ଆତଙ୍କବାଦୀ ଜମ୍ମୁ ଓ କଶ୍ମୀରର କୁପ୍ୱାଡ଼ା ଜିଲ୍ଲା ଅନ୍ତର୍ଗତ ମଚ୍ଛଲ୍ ସେକ୍ଟର୍ରେ ନିହତ ହୋଇଥିବା କଥା ଆଜି ପୁଲିସ କହିଛି। ସୂଚନାନୁଯାୟୀ , ପୋଲିସ ଓ ଭାରତୀୟ ସେନାର ମିଳିତ ଅଭିଯାନରେ ଉକ୍ତ ଆତଙ୍କବାଦୀମାନଙ୍କୁ ନିପାତ କରାଯାଇଥିବା ଜଣାପଡ଼ିଛି। ଟୁଇଟ୍ କରି କଶ୍ମୀର ଜୋନ୍ ପୁଲିସ କହିଛି ଯେ, ସେନା ଓ...
