ଓଡିଶା

ଶ୍ରୀମନ୍ଦିର ଅଭିମୁଖେ ବଳଭଦ୍ରଙ୍କ ତାଳଧ୍ୱଜ ରଥ

(ପୁରୀ) : ଚଳିତ ବର୍ଷ ବାହୁଡ଼ାଯାତ୍ରାର ସମସ୍ତ ନୀତିକାନ୍ତି, ନିର୍ଦ୍ଧାରିତ ସମୟ ଆଗରୁ ଚାଲିଛି। ନିର୍ଦ୍ଧାରିତ ସମୟର ପ୍ରାୟ ୩ ଘଣ୍ଟା ଆଗରୁ ରଥଟଣା ଆରମ୍ଭ ହୋଇଛି। ପୂର୍ବରୁ ସ୍ଥିରୀକୃତ ହୋଇଥିଲା କି ଅପରାହ୍ନ ୪ଟା ସମୟରେ ରଥଟଣା ଆରମ୍ଭ ହେବ। କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ ଶେଷ ହୋଇ ରଥଟଣା ଆରମ୍ଭ ହୋଇଯାଇଛି।

ସୂଚନାନୁଯାୟୀ , ଅପରାହ୍ନ ପ୍ରାୟ ୧.୧୦ମିନିଟରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଛି ତାଳଧ୍ୱଜ। ଘଣ୍ଟଘଣ୍ଟା, ହୁଳହୁଳି ଓ ଶଙ୍ଖଧ୍ୱନି ମଧ୍ୟରେ ଧୀରେ ଧୀରେ ଗଡ଼ିବାରେ ଲାଗିଛି ତାଳଧ୍ୱଜ।

 

Related posts

ଆସିଲା ସୌମ୍ୟଙ୍କ ପୋଷ୍ଟମର୍ଟମ ରିପୋର୍ଟ ,

mahabharatanews

ଅଟୋ ଦୁର୍ଘଟଣାଗ୍ରସ୍ତ, ୧୦ ଯାତ୍ରୀ ଆହତ

mahabharatanews

ସ୍ୱଚ୍ଛ ସାଥୀ ମହିଳା କର୍ମଚାରୀଙ୍କୁ ଅସଦାଚରଣ

mahabharatanews