ଓଡିଶା

 ଖସୁଛି ପାରଦ,ବଢ଼ୁଛି ଶୀତ

(ଭୁବନେଶ୍ୱର) : ଦିନକୁ ଦିନ ଖସୁଛି ପାରଦ। ଲଗାତାର ବଢ଼ୁଛି ଶୀତ। କେନ୍ଦୁଝରଠାରୁ ଆରମ୍ଭ କରି କୋରାପୁଟ ପର୍ଯ୍ୟନ୍ତ, ସବୁଠି ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରା‌ସ ପାଇବାରେ ଲାଗିଛି। ୪ ଦିନ ତଳେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ଢେର ଉପରେ ରହୁଥିଲା। ସାରା ରାଜ୍ୟରେ ଥଣ୍ଡା ଅନୁଭୂତ ହେଉଛି।

ସୂଚନାନୂଯାୟୀ , ଗତ ୨୪ ଘଣ୍ଟା ମଧ୍ୟରେ ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କିରେଇ ଓ ‌ସେମିଳିଗୁଡ଼ାରେ ୮.୭, ଦାରିଙ୍ଗବାଡ଼ିରେ ୯.୫, କୋରାପୁଟରେ ୯.୬, ରାଉରକେଲାରେ ୯.୭ ଡିଗ୍ରି, କେନ୍ଦୁଝରରେ ୧୦.୪, ସୁନ୍ଦରଗଡ଼ରେ ୧୦.୫, ଅନୁଗୁଳରେ ୧୦.୬, ଝାରସୁଗୁଡ଼ାରେ ୧୦.୮ ଡିଗ୍ରି ରେକର୍ଡ କରାଯାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ଏକ ଦୁଇ ଡିଗ୍ରି କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts

ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

mahabharatanews

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିବ

mahabharatanews

‘ହଇଜା ସ୍ଥିତି ନିୟନ୍ତ୍ରଣାଧିନ’ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

mahabharatanews