ଓଡିଶା

ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

(ମହାଭାରତ, ଅନୁଗୁଳ): ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ଶିବରାମପୁର ଗାଁ ଶିବ ମନ୍ଦିର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ଏକଡାଳ ଗାଁର କାଳିଆ ବେହରା ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ସୋମବାର ସକାଳେ ମନ୍ଦିରକୁ ପୂଜକ ଆସିବା ପରେ ଘଟଣା ସମ୍ପର୍କରେ ଜଣାପଡିଥିଲା । ସ୍ଥାନୀୟ ଲୋକେ କାଳିଆଙ୍କ ମୃତଦେହ ମନ୍ଦିର ଘଣ୍ଟିରେ ଝୁଲୁଥିବା ଦେଖିବାକୁ ପାଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁ ସମ୍ପର୍କିତ ପ୍ରକୃତ ରହସ୍ୟ ପଦାକୁ ଆସିବ ବୋଲି ପୋଲିସ ସୂଚନା ଦେଇଛି । ଏହି ଘଟଣାର ଅଧିକ ତଥ୍ୟ ହାସଲ ପାଇଁ ପୋଲିସ ତଦନ୍ତ ଜାରି ରଖିଛି ।

Related posts

“ମା ପାଇଁ ଦିନଟିଏ”

mahabharatanews

ରାଜ୍ୟରେ ବଢିଛି କରୋନା ସଂକ୍ରମଣ; ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

mahabharatanews