ଓଡିଶା

୨୦୨୬ର ୱାଲ୍ କ୍ୟାଲେଣ୍ଡର୍, ଡେସ୍କ୍ କ୍ୟାଲେଣ୍ଡର୍ ଏବଂ ଡାଏରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି lକ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ l ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ ଏବଂ ପାରମ୍ପରିକ ପଥର ଖୋଦେଇ ଚିତ୍ର ମାଧ୍ୟମରେ  ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ରଥଯାତ୍ରା ସମ୍ବନ୍ଧୀୟ ଭବ୍ୟ ଚିତ୍ର ଗୁଡିକ ଉପସ୍ଥାପିତ କରାଯାଇଛି। ଆଗାମୀ ଦୁଇ ତିନି ଦନ ପରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ନିମନ୍ତେ ଉପଲବ୍ଧ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପ୍ରଶାସନର ସ୍ୱତନ୍ତ୍ର ଡାଏରୀ ମଧ୍ୟ ଉନ୍ମୋଚନ କରିଥିଲେ।

ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା, ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତୀକ ସିଂହ, ଶ୍ରୀମନ୍ଦିର ପ୍ରଶାସକ (ଉନ୍ନୟନ) ଶ୍ରୀ ଦେବବ୍ରତ ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସକ (ନୀତି) ଶ୍ରୀ ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l

Related posts

ବନ୍ଦେ ମାତରମର ୧୫୦ ତମ ବାର୍ଷିକ ଅବସରରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ

mahabharatanews

ମା ଉକୁଳେଇ ଠାକୁରାଣୀ ପୀଠରେ ଆରମ୍ଭ ହୋଇଛି ତ୍ରିବେଣୀ ବୁଡ଼

mahabharatanews

କରୋନା ଟୀକା ନେଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

mahabharatanews