ଓଡିଶା

ଆସନ୍ତାକାଲିଠୁ ବଢିବ ବର୍ଷା

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୨୯ ତାରିଖ ବେଳକୁ ତାହା ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ ସହ ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପରିମାଣ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

 

ସୂଚନାନୁଯାୟୀ , ୨୯ ଓ ୩୦ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ମାତ୍ର ଏହାପରେ ବର୍ଷା ପରିମାଣ ବଢ଼ିବ। ଅକ୍ଟୋବର ୧ରେ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କଟକ, ବୌଦ୍ଧ, ସୁବର୍ଣ୍ଣପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ହୋଇପାରେ।

Related posts

ରାସ୍ତା ସଂପ୍ରସାରଣ ସଂପର୍କରେ ଜନଶୁଣାଣି

mahabharatanews

ସରିଲା ମା’ଙ୍କ ପୂଜା, ଆଜି ଭସାଣି

mahabharatanews

ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ନେଇ ପ୍ରତିକ୍ରିୟା ରଖିଲେ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରଦୀପ ଅମାତ

mahabharatanews