ଓଡିଶା

ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ

ଆଜି ପହିଲି ରଜ । ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ। ପ୍ରଥମ ଦିନ ଅର୍ଥାତ୍ ‘ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର। ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ। ରଜ ପର୍ବ ହେଉଛି ଧରଣୀ ମା’ଙ୍କ ଉର୍ବରତା ଏବଂ ନବଯୌବନର ପ୍ରତୀକ। ଏହି ତିନି ଦିନ ମାଟି ମା’ ରଜସ୍ୱଳା ହୋଇ ବିଶ୍ରାମ ନିଅନ୍ତି ବୋଲି ବିଶ୍ବାସ ରହିଛି। ତେଣୁ ଆଗାମୀ ଚାଷ ଅନୁକୂଳ ପାଇଁ ମାଟିକୁ ପ୍ରସ୍ତୁତ କରିବା ସହ ପ୍ରକୃତିକୁ ସମ୍ମାନ ଜଣାଇ ଏହି ଦିନମାନଙ୍କରେ ହଳ କରିବା, କୋଡ଼ି ହାଣିବା ବା ମାଟି ଖୋଳିବାକୁ ସମ୍ପୂର୍ଣ୍ଣ ବାରଣ ଥାଏ। ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିବ ରଜର ଆସର ଜମିଥାଏ ।

Pahili Raja today: Celebrating womanhood in Odisha - Around Odisha

ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ପହିଲି ରଜର ମୁଖ୍ୟ ଆକର୍ଷଣ ହେଉଛି ଝିଅମାନଙ୍କ ସଜବାଜ, ରଜ ଦୋଳି ଓ ଗୀତ, ପିଠାପଣାର ମହକ, ରଜ ପାନର ଚମକ। ରଜରେ କୁମାରୀମାନେ ନୂଆ ପୋଷାକ ପିନ୍ଧି ପାଦରେ ଅଳତା ଲଗାଇ ପିଠାପଣା ସହ ରଜପାନର ମଜା ନେଇଥାନ୍ତି । ଗାଁରୁ ସହର ପ୍ରାୟ ସବୁଠି ପାରମ୍ପରିକ ରଜ ଦୋଳି ବନ୍ଧାଯାଇଥାଏ। “ବନସ୍ତେ ଡାକିଲା ଗଜ” ଭଳି ସୁମଧୁର ଗୀତ ଗାଇ ଝିଅମାନେ ଆନନ୍ଦରେ ଦୋଳି ଖେଳନ୍ତି ।

Related posts

ଆୟୁଷ୍ମାନ କାର୍ଡରେ ବଡ ପରିବର୍ତ୍ତନ କରୁଛନ୍ତି ସରକାର ଏପରି ନକଲେ କଟିଯିବ ଆୟୁଷ୍ମାନ କାର୍ଡ ।

mahabharatanews

ପାଳଲହଡା ବିଧାୟକ ମୁକେଶଙ୍କୁ ଝଟକା

mahabharatanews

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

mahabharatanews