ଓଡିଶା

ବାଇକକୁ ପିଟିଲା କାର, ଜଣେ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଅଞ୍ଚଳରେ ଘଟିଯାଇଛି ଏକ ସଡକ ଦୁର୍ଘଟଣା । ନିକଟସ୍ଥ ଚୂଡା ଗାଁ ଛକ ନିକଟରେ କାର-ବାଇକ ମଧ୍ୟରେ ହୋଇଛି ମୁହାଁମୁହିଁ ଧକ୍କା । ଭୁବନେଶ୍ୱରରୁ ନୟାଗଡ ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା କାର ଧକ୍କା ଦେଇଛି । ଫରେ ବାଇକ ଆରୋହୀ ଜଣକ ଗୁରୁତର ଆହତ ହୋଇଛନ୍ତି । ତେବେ ପ୍ରଥମେ ତାଙ୍କୁ ବୋଲଗଡ ଏବଂ ପରେ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାଇକ ଆରୋହୀ ଜଣକ ହେଉଛନ୍ତି ନିକଟସ୍ଥ ଡାବରଧୂଆ ଗ୍ରାମର ଉପେନ୍ଦ୍ର ସୁବୁଦ୍ଧି ବୋଲି ଜଣାପଡିଛି । ଖବର ପାଇ ବୋଲଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡି ଜବତ କରିବା ସହିତ ତଦନ୍ତ କାର୍ଯ୍ୟ ଆରମ୍ଭ କରିଛି ।

Related posts

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ

mahabharatanews

୧୦ଶ୍ରେଣୀର ପରିବର୍ତ୍ତିତ ପାଠ୍ୟକ୍ରମ ପ୍ରକାଶ

mahabharatanews

ବିଜେପି ପକ୍ଷରୁ ସାଲେପୁରରେ ହିତାଧିକାରୀ କୃଷକ ସମାବେଶ

mahabharatanews