ଭାରତ

ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ

(ଦିଲ୍ଲୀ) : କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ । ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ଉତ୍ତର ପୂର୍ବ ଆସାମରେ ହୋଇଥିବା ହୋଇଥିବା ଉତ୍ତେଜନା ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ସୂଚନାନୁଯାୟୀ , ପୁଲିସ୍‌ ସହ ମୁହାଁମୁହିଁ ହେବା ତଥା ଭିଡ଼କୁ ଉସକାଇବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧି, କେସି ବେଣୁଗୋପାଳଙ୍କ ସମେତ ଶତାଧିକ ଦଳୀୟ କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ଆସାମ ସରକାର ଜାଣିଶୁଣି ରାହୁଲ ଗାନ୍ଧିଙ୍କୁ ହଇରାଣ କରୁଥିବା ଅଭିଯୋଗ ଆଣି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଗତ କିଛି ଦିନ ହେବ ଆସାମରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ବେଳେ ଖଡଗେ ଅମିତ ଶାହଙ୍କୁ ଅବଗତ କରାଇଛନ୍ତି। ରାହୁଲ ଗାନ୍ଧି ଓ କଂଗ୍ରେସ କର୍ମୀଙ୍କ ସୁରକ୍ଷା ନିମନ୍ତେ ସେ ଶାହଙ୍କ ହସ୍ତକ୍ଷେପ ଲୋଡ଼ିବା ସହ ଆସାମରେ ରାହୁଲ ଗାନ୍ଧିଙ୍କୁ Z+ ସୁରକ୍ଷା ଯୋଗାଇ ଦେବାକୁ ଦାବି କରିଛନ୍ତି।

Related posts

ଉନ୍ମୋଚିତ ହେଲା ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ ର ଟ୍ରଫି

mahabharatanews

ପ୍ରଶିକ୍ଷକ ରିଆନ ଟେନ ଡୋଇସଚେଟ ବୈଭବ ସୂର୍ଯ୍ୟବଂଶୀଙ୍କୁ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ପ୍ରସ୍ତୁତ ବୋଲି ଘୋଷଣା କରିଛନ୍ତି କିନ୍ତୁ ..

mahabharatanews

ଗଙ୍ଗାରେ ଭାସୁଛନ୍ତି କୁମ୍ଭୀର,ଆତଙ୍କିତ ସ୍ଥାନୀୟ ଲୋକେ  

mahabharatanews