ଓଡିଶା

ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ  ଆଜି  ମୁଖ୍ୟମନ୍ତ୍ରୀ  ଶ୍ରୀ  ନବୀନ  ପଟନାୟକ  ଘୋଷଣା  କରିଛନ୍ତି ।  ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ।  ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନ କୁ  ସମ୍ମାନ   ଜଣାଇବା  ସହ  ସେମାନ ଙ୍କୁ ଉତ୍ସାହିତ  କରିବା  ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି । ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ  ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ । MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କା ରୁ  10750 ଟଙ୍କା ପାଇବେ । ସେହିପରି  କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ । CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ । ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ  ଯେ  5T ଅଧ୍ୟକ୍ଷଙ୍କ  ଜିଲ୍ଲା  ଗସ୍ତ  ସମୟରେ community  support staff ମାନେ  ତାଙ୍କୁ  ଭେଟି  ସେମାନଙ୍କ  ପ୍ରୋତ୍ସାହନ  ରାଶି  ବୃଦ୍ଧି  ବିଷୟରେ  ତାଙ୍କ  ଦୃଷ୍ଟି  ଆକର୍ଷଣ  କରିଥିଲେ।

Related posts

୨୪ ଘଣ୍ଟା ମଧ୍ୟରେ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

୨୫ରେ ସୃଷ୍ଟି ହେବ ଏକ ଘୁର୍ଣ୍ଣିବଳୟ

mahabharatanews

ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

mahabharatanews