ଓଡିଶା

ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ 

(ଭୁବନେଶ୍ୱର) : ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି।  ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଛି।

ସୂଚନାନୁଯାୟୀ ,  ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ମିଳିବ। ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗର ନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ।୨୦୧୮ ମସିହାରେ ଆରମ୍ଭ ହୋଇଥିବା ଜାଗା ମିଶନ ଯୋଜନାରେ ଏବେ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ ହଜାର ପରିବାର ନୂଆ ପରିଚୟ ପାଇଛନ୍ତି। ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା କେବଳ ଓଡ଼ିଶା ନୁହେଁ, ବରଂ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Related posts

ଜଣେ ଶିକ୍ଷକରେ ଚାଲିଛି ୫ଟି ଶ୍ରେଣୀ

mahabharatanews

ସହିଦ୍ ଯବାନ ମାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

mahabharatanews

କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୬

mahabharatanews