ଓଡିଶା

ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

(ଭୁବନେଶ୍ୱର) : ଆଜି ଦେଶ ପାଳୁଛି ମକର ସଂକ୍ରାନ୍ତି । ଆଜି ସାରା ରାଜ୍ୟରେ ଆଜି ଆନନ୍ଦରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସୂଚନାନୁଯାୟୀ ,  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ମକର ସଂକ୍ରାନ୍ତି ହେଉଛି ଭଗବାନ ସୂର୍ଯ୍ୟଙ୍କ ଉପାସନାର ପର୍ବ। ସାଧାରଣତଃ ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରିଥାନ୍ତି। ସେହି ରାଶିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ। ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି ।

Related posts

ବସ ଦୁର୍ଘଟଣାରେ  ବାଇକ ଆରୋହୀ ମୃତ, ଜଣେ ଗୁରୁତର

mahabharatanews

ଆସନ୍ତାକାଲି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା 

mahabharatanews

ଭୁବନେଶ୍ୱରରେ ପହଞ୍ଚିଲେ ବିଧାୟିକା ଦୀପାଳି ଦାସ 

mahabharatanews