ଓଡିଶା

୩୭ ଲକ୍ଷ ଚାଷୀ ପରିବାରକୁ ୭୪୩ କୋଟି ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ରିପୋର୍ଟସ ଟୁଡେ) : ରବି ଫସଲ ପାଇଁ ନୂଆଁଖାଇରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା । ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା । ୩୭ ଲକ୍ଷ ଚାଷୀଙ୍କୁ ଆକାଉଣ୍ଟକୁ ୭୪୩ କୋଟି ଟଙ୍କା ପଠାଇଲେ ରାଜ୍ୟ ସରକାର । ରବି ଫସଲ ପାଇଁ ଚାଷୀଙ୍କୁ ମିଳିଲା କାଳିଆ ଯୋଜନାର ସହାୟତା ରାଶି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭ ଲକ୍ଷ ୧୨ ହଜାର ୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏଁ ଜମା କରାଯାଇଛି ।

ପବିତ୍ର ନୂଆଁଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଚାଷୀର ସମସ୍ୟା ହେଉଛି- ଆମ ସମସ୍ତଙ୍କ ସମସ୍ୟା । ସାରା ରାଜ୍ୟର ସମସ୍ୟା । ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ । ସାର ସମ୍ପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଗଝଚ ଓ ଫସଲ ବୀମା ସମ୍ପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି । ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ କମ୍ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍ ବର୍ଷା ହୋଇଛି । ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସମ୍ପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଁଖାଇ ହେଉଛି ମାଟି ମାର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମାର ସବୁଠାରୁ ବଡ଼ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡ଼ିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି । କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡ଼ିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି । କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ନୟାଗଡ଼ରୁ କାର୍ୟ୍ୟକ୍ରମରେ ଯୋଗ ଦେଇ କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ୟ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ୟ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ ।

କାର୍ୟ୍ୟକ୍ରମ ରେ ସେମାନଙ୍କ ମତ ରଖି ସମ୍ଵଲପୁରର ମକରଧ୍ୱଜ ମେଣ୍ଡଳି ବରଗଡ଼ର ଲାସିମା ବିଶ୍ୱାଳ, ରାଧାକାନ୍ତ ବଲାଙ୍ଗୀରର ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ପ୍ରଶଂସା କରିଥିଲେ ଏବଂ ଏହି ଯୋଜନାରେ ଠିକ ସମୟରେ ସହାୟତା ମିଳୁଥବାରୁ ଆଉ ଧାର କରଜ କରିବା କୁ ପଡୁନାହିଁ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଞ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ । କୃଷି ସଚିବ ଏସ୍.କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Related posts

ପୁରୀରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ମାଓବାଦୀଙ୍କ ସହ ଲଢ଼ି ୨ ଯବାନ ସହିଦ

mahabharatanews

ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍

mahabharatanews

Leave a Comment