ଭୁବନେଶ୍ୱର: ଆଜିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଆଜି ଦିନ ୧.୩୦ ବେଳେ ଦିଲ୍ଲୀଗସ୍ତରେ ଯିବା ସୂଚନା ରହିଛି । ଆସନ୍ତା କାଲି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏଥି ସହ ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବେ ।
କେନ୍ଦ୍ର ସରକାରଙ୍କ ଅନୁମତି ଅପେକ୍ଷାରେ ଦୀର୍ଘ ଦିନ ହେଲା ପଡିରହିଥିବା କାର୍ଯ୍ୟର ଅଗ୍ରଗତି ଉପରେ ସମୀକ୍ଷା କରିବେ । ୩ ତାରିଖ ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତାଙ୍କ ଦିଲ୍ଲୀ ଗସ୍ତ ଭିତରେ କିଛି କେନ୍ଦ୍ରମନ୍ତ୍ରୀ ମଧ୍ୟ ନବୀନଙ୍କୁ ଭୋଟିବାକୁ ଆସିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ ଏପରି ସମ୍ମିଳନୀ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ହେବାକୁ ଯାଉଛି ।
