ଓଡିଶାଦୁର୍ଘଟଣା

ରୁଷ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାର ଦ୍ୱିତୀୟ ଦିନରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ରାୟଗଡ଼ା : ବହୁ ଚର୍ଚ୍ଚିତ ରୁଷ ପର୍ୟ୍ୟଟକ ବ୍ଲାଦିମିର ବିଦାନୋଭ ଓ ଆଣ୍ଟୋଭ ପାଭେଲ ମୃତ୍ୟୁ ଘଟଣା ତଦନ୍ତ ପାଇଁ ରାୟଗଡ଼ା ଠାରେ ଦ୍ବିତୀୟ ଦିନରେ ତଦନ୍ତ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍। କ୍ରାଇମବ୍ରାଞ୍ଚ ଡିଏସପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଆସିଥିବା ୧୨ ଜଣିଆ ଟିମ୍ ଆଜି ରାୟଗଡା ଥାନା ଓ ସିରିଗୁଡା ଶ୍ମଶାନ ଯାଇ ଅନୁସନ୍ଧାନ କରିଛନ୍ତି। ଏଥିରେ ସାଇଁଟିଫିକ ଓ ଫରେନସିକ ଟିମ୍ ମଧ୍ୟ ରହିଛନ୍ତି। କ୍ରାଇମବ୍ରାଞ୍ଚ ଅଧିକାରୀ ସ୍ଥାନୀୟ ପୁଲିସ ସହିତ ସାକ୍ଷାତ କରି ସବିଶେଷ ତଥ୍ୟ ସଂଗ୍ରହ କରିଛନ୍ତି। ଏହାସହ ଶ୍ମଶାନରେ ଦୁଇ ମୃତକଙ୍କ ପାଉଁଶରୁ ଶରୀରର ଅଂଶ ସଂଗ୍ରହ କରିଛନ୍ତି। କହିବା ପାଇଁ ଗଲେ କ୍ରାଇମବ୍ରାଞ୍ଚ ପାଉଁଶ ତଳରୁ ଏକପ୍ରକାର ଖିଅ ଖୋଜୁଥିବା ପରିଲକ୍ଷିତ ହୋଇଛି। ତେବେ ଆଜି ପୁନର୍ବାର କ୍ରାଇମବ୍ରାଞ୍ଚ ଟିମ୍ ଘଟଣାସ୍ଥଳ ହୋଟେଲରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ହୋଟେଲରେ ରୁମ ନମ୍ବର ୨୦୩ ଓ ୩୦୯ ଯାଇ ଆଉ କିଛି ପ୍ରମାଣ ସଂଗ୍ରହ କରିଛନ୍ତି। ହୋଟେଲର ସମସ୍ତ କର୍ମଚାରୀ ଉପସ୍ଥିତ ରହିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି। କ୍ରାଇମବ୍ରାଞ୍ଚ ଡିଏସପି କହିଛନ୍ତି ଯେ, ଘଟଣାର ତଦନ୍ତ ଜାରି ରହିଛି। ଯାହା ଆବଶ୍ୟକ ସେ ଅନୁସାରେ ତଦନ୍ତ ଚାଲିଛି ।

Related posts

ଗାଧୋଇବା ବେଳେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ

mahabharatanews

ରାମନାଗ ବ୍ଲକ କାର୍ଯ୍ୟଳୟରେ ଯୁଗ୍ମ ଅଭିଯୋଗେ ଶୁଣାଣି

mahabharatanews

ଏୟାରପୋର୍ଟ ଉନ୍ନତିକରଣ ପାଇଁ ଉଚ୍ଛେଦ

mahabharatanews