(ପୁରୀ) : ଆଜି ଅର୍ଥାତ ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବାକୁ ଯାଉଛି । ଏଥିସହ ଜାନୁଆରୀ ୨୨ରେ ଅଯୋଦ୍ଧା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ । ଆଉ ଏହି ଦିନ ବନ୍ଦ ରହିବ ଜିଲ୍ଲାର ସବୁ ମଦ ଦୋକାନ । ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ।
ସୂଚନାନୁଯାୟୀ , ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ଓ ରାମମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି ।ବିଭିନ୍ନ ସ୍ଥାନରେ ଭିଡ ଓ ଆଧ୍ୟାତ୍ମିକ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା ରକ୍ଷା ସହ ଶାନ୍ତି ସୌହାର୍ଦ୍ଦ ବଜାୟ ରଖିବା ପାଇଁ ଓଡିଶା ଅବକାରୀ ଆଇନ ୨୦୦୮ର ସେକ୍ସନ ୨୬(୧) ଆଧାରରେ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡ଼ି, ଦେଶୀ ମଦ ଦୋକାନ ବନ୍ଦ ରହିବ । ଏମିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଲୋକାର୍ପଣ ଉତ୍ସବ ପାଇଁ ଜାନୁଆରୀ ୧୭ରେ ବନ୍ଦ ରହୁଥିବାବେଳେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରୀ ୨୨ରେ ବନ୍ଦ ରହିବ ।
